ଆରମ୍ଭ ହେଲା ବିଧାନସଭା ଅଧିବେଶନ – Sahana Mela

[ad_1]
ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭା ଷୋଡଶ ଅଧିବେଶନ । ଏହା ହେଉଛି ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ ବିଧାନସଭା ଅଧିବେଶନ । ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବାରୁ ବେଶ୍ ସରଗରମ ରହିଛି ଗୃହ । ରାଜ୍ୟପାଳ ରଘୁବର ଦାସ ପ୍ରଥମ ଥର ପାଇଁ ଗୃହରେ ଅଭିଭାଷଣ ରଖିବେ I ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ଗୃହ କାର୍ଯ୍ୟ । ଚଳିତ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ଥିବାବେଳେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ୮ତାରିଖରେ ଅର୍ଥମନ୍ତ୍ରୀ କାମଚଳା ବଜେଟ୍ ଉପସ୍ଥାପନ କରିବେ ଓ ୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ ।
ବିଧାନସଭା ବଜେଟ୍ ଅଧିବେଶନ ବେଳେ ଆନ୍ଦୋଳନ ଓ ବିକ୍ଷୋଭ ଆଦିକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩୨ ପ୍ଲାଟୁନ ଫୋର୍ସ ମୁତୟନ ହେବାକୁ ଥିବା ବେଳେ,ଏସଓଜି,ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କ୍ୱିକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର ଟିମ୍ ଉପସ୍ଥିତ ରହିବେ ।
[ad_2]