ଖେଳ ଖବର

ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବଙ୍କ ନାମାଙ୍କନ ପତ୍ର ଦାଖଲ – Sahana Mela

[ad_1]

ଭୁବନେଶ୍ୱର : ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ I ଓଡିଶାରୁ ୩ୟ ପ୍ରାର୍ଥୀ ଭାବରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି I ପ୍ରାର୍ଥୀପତ୍ର ଦାଖଲ ସମୟରେ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପିର ସମସ୍ତ ବିଧାୟକ ଉପସ୍ଥିତ ଥିଲେ I ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ଅଶ୍ୱିନୀ ୨ ସେଟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି I ଓଡିଶାରୁ ତୃତୀୟ ପ୍ରାର୍ଥୀ ଭାବେ ସେ ନାମାଙ୍କନ ଦାଖଲ କରିଛନ୍ତି I ଉଲ୍ଲେଖ ଥାଉ କି ଗତକାଲି ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାରେ ବିଜେପି ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାମ ଘୋଷଣା କରାଯାଇଥିଲା । ତେବେ ବିଜେଡି ପକ୍ଷରୁ ଆବଶ୍ୟକୀୟ ପ୍ରାର୍ଥୀ ସଂଖ୍ୟା ଥାଇ ମଧ୍ୟ କେବଳ ୨ ଜଣ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଥିଲା I ତୃତୀୟ ଆସନ ପାଇଁ କୌଣସି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇ ନଥିବାବେଳେ,ବିଜେପି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଥିଲା I ଯାହାକୁ ବିଜେଡି ସମର୍ଥନ କରିଥିଲା I

[ad_2]

Leave a Reply

Your email address will not be published. Required fields are marked *

Back to top button