ଖେଳ ଖବର

କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ, SHG ମହିଳା ପାଇବେ ସହାୟତା – Sahana Mela

[ad_1]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ହଜାରେ ଟଙ୍କା ଲେଖାଏଁ ପାଇବେ SHG ସଦସ୍ୟା। ୭୦ଲକ୍ଷ ମହିଳା ପାଇବେ ଏହି ସହାୟତା, ୟୁନିଫର୍ମ ନିମନ୍ତେ ମିଳିବ ସହାୟତା ରାଶି। ସେହିପରି ବୁଣାକାରଙ୍କୁ ଅଧିକ ସହାୟତା ଦେବାକୁ କରାଯାଇଛି ଯୋଜନା। ୨ହଜାରରୁ ୨ ହଜାର ୫୦୦ ଲେଖାଏଁ ସହାୟତା ପଇବେ ବୁଣାକାର । ୪୦ରୁ ୮୦ ବର୍ଷ ବୟସ୍କ ବୁଣାକାର ଓ କାରିଗରଙ୍କୁ ମାସିକ ୨ହଜାର ମିଳିବ। ୮୦ ବର୍ଷରୁ ଉର୍ଦ୍ଧ୍ବ ବୁଣାକାରଙ୍କୁ ୨୫୦୦ ଟଙ୍କା ମିଳିବ। ‘ନୂଆ-ଓ ଛତ୍ର ବୃତ୍ତି’କୁ ମଧ୍ୟ ମିଳିଛି କ୍ୟାବିନେଟ ମଞ୍ଜୁରି।

ସେହିପରି ପୂର୍ବ ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା । ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍‌ ମିଳିବ । ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ମିଳିବ ଏହି ଟଙ୍କା ଓ ବ୍ୟାଗ୍‌ । ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ । ଯୋଜନାରେ ରାଜ୍ୟ ସରକାର ୯୫୯.୫ କୋଟି ଖର୍ଚ୍ଚ କରିବେ।

ଯୁବବର୍ଗଙ୍କ ଲାଗି ସ୍ବୟଂ ଯୋଜନାକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ଗ୍ରାମୀଣ ଛାତ୍ର ଓ ଯୁବକଙ୍କ ଲାଗି ସୁଧ ମୁକ୍ତ ବ୍ୟାଙ୍କ ଋଣ ପ୍ରଦାନ କରାଯିବ। ୧ ଲକ୍ଷ ଟଙ୍କା ସୁଧମୁକ୍ତ ଋଣ ମିଳିବ । ୧୮ରୁ ୩୫ ବର୍ଷ ବୟସ ସୀମା ରହିଛି। ଋଣ ଶୁଝିବା ଅବଧି ୪ ବର୍ଷ ରହିବ। ଏଥିପାଇଁ ୪୪୮ କୋଟି ଟଙ୍କା ବ୍ୟୟବରାଦ ରହିଛି। ସହରାଞ୍ଚଳ ଯୁବକଯୁବତୀ ଲାଗି ଯୁବ ଉଦ୍ୟମ ସହରୀ ଯୋଜନା । ରାଜ୍ୟର ସହରାଞ୍ଚଳ ଯୁବକଯୁବତୀଙ୍କ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏସ୍‌ସି/ଏସ୍‌ଟି ଓ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ସର୍ବାଧିକ ବୟସ ସୀମା ୪୦ ବର୍ଷ ରହିଛି।

[ad_2]

Leave a Reply

Your email address will not be published. Required fields are marked *

Back to top button