ଜନଜାତିଙ୍କ ଉପରୁ ଛୋଟ ମକଦ୍ଦମା ପ୍ରତ୍ୟାହୃତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ – Sahana Mela

[ad_1]
ଭୁବନେଶ୍ୱର : ଜନଜାତି ଭାଇ ଭଉଣୀଙ୍କ ଉପରୁ ହଟିବ ଛୋଟ ଛୋଟ ମକଦ୍ଦମା । ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଜନଜାତିଙ୍କ ଉପରୁ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା ପ୍ରତ୍ୟାହୃତ ହେବ । ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି।
[ad_2]