ଖେଳ ଖବର

ମନ୍ତ୍ରୀ ପଦରୁ ଇସ୍ତଫଦେଲେ ପ୍ରମିଳା ମଲ୍ଲିକ,ବାଚସ୍ପତି ପଦ ଲାଗି ଆଜି ଭରିବେ ନାମାଙ୍କନ – Sahana Mela

[ad_1]

ଭୁବନେଶ୍ୱର : ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ I ଆସନ୍ତାକାଲି ବାଚସ୍ପତି ନିର୍ବାଚନ ଥିବାରୁ ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ। ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି।

ଲୋକସଭାରେ ମହିଳା ସଂରକ୍ଷଣ ବିଲ୍‌ ପାରିତ ହୋଇଥିବା ବେଳେ ବିଧାନସଭାରେ ବାଚସ୍ପତି ପଦ ପାଇଁ ଜଣେ ମହିଳାଙ୍କ ନାଁ ଘୋଷଣା କରି ଉଦାହରଣ ସୃଷ୍ଟି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ବାଚସ୍ପତି ହେବେ। ଗତକାଲି ବିଜେଡି ତରଫରୁ ତାଙ୍କୁ ପ୍ରାର୍ଥୀ ଭାବେ ବିଧିବଦ୍ଧ ଘୋଷଣା କରାଯାଇଥିଲା। ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଶ୍ରୀମତୀ ମଲ୍ଲିକ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ। ଆସନ୍ତା ୨୨ ତାରିଖରୁ ହେବାକୁ ଥିବା ବିଧାନସଭାର ମୌସୁମୀ ଅଧିବେଶନ ତାଙ୍କରି ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।

ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ଦଳର ଅଭିଜ୍ଞ ଓ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।

ସେପଟେ ବାଚସ୍ପତି ପ୍ରାର୍ଥୀ ଘୋଷଣା ପରେ ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ‘ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା ରଖିଥିବାରୁ ସେ କୃତଜ୍ଞ। ମହିଳା ବାଚସ୍ପତି ପ୍ରାର୍ଥୀ କରି ସେ ମହିଳାଙ୍କ ଦକ୍ଷତା ପ୍ରମାଣ କରିଛନ୍ତି। ନିରପେକ୍ଷ ଭାବେ ସବୁ ଦଳଙ୍କୁ ନେଇ ଗୃହ ଚଳାଇବି ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ।

[ad_2]

Leave a Reply

Your email address will not be published. Required fields are marked *

Back to top button