ଖେଳ ଖବର

ମାର୍ଚ୍ଚ ୫ ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ – Sahana Mela

[ad_1]

ଭୁବନେଶ୍ୱର : ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ଓଡିଶା ଆସୁଥିବା ନେଇ ସୂଚନା ମିଳିଛି । ଏହି ଗସ୍ତ ଅବସରରେ ମୋଦୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ ଏକ ସାଧାରଣ ସଭାରେ ଯୋଗ ଦେବେ । ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥକୁ ୮ ଥାକିଆ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ I ତେବେ ପ୍ରଧାନମନ୍ତ୍ରୀଙ୍କର ଗସ୍ତ କାର୍ଯ୍ୟସୂଚୀର ଚୂଡାନ୍ତ ପ୍ରସ୍ତୁତି ହେଇନାହିଁ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ।

ଏହା ପୂର୍ବରୁ ଫେବ୍ରୁଆରୀ ୩ ତାରିଖରେ ଓଡିଶା ଆସିଥିଲେ ମୋଦୀ । ସମ୍ବଲପୁର ଗସ୍ତରେ ଆସି, ସେତେବେଳେ ୬୮ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଖାଲି ସେତିକି ନୁହେଁ, ସମ୍ବଲପୁର ଆଇଆଇଏମ୍ ସ୍ଥାୟୀର କ୍ୟାମ୍ପସର ମଧ୍ୟ ଲୋକାର୍ପଣ କରିଥିଲେ ମୋଦୀ । ଆଉ ଏହାର ପ୍ରାୟ ଏକ ମାସ ପରେ ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।

[ad_2]

Leave a Reply

Your email address will not be published. Required fields are marked *

Back to top button