ଦେଶ- ବିଦେଶ
ଲୋକସଭା ନିର୍ବାଚନ ପାଇଁ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା, ବାରାଣାସୀରୁ ଲଢ଼ିବେ ମୋଦୀ – Sahana Mela

[ad_1]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ କେନ୍ଦ୍ରମନ୍ତ୍ରୀଙ୍କ ନାମ ରହିଛି ।ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଗତ ୨ଥର ଯାକ ପ୍ରଧାନମନ୍ତ୍ରୀ ବାରଣାସୀରୁ ବିପୁଳ ଭୋଟରେ ବିଜୟୀ ହୋଇଥିଲେ । ସେହିପରି ଗାନ୍ଧୀନଗରରୁ ଲଢ଼ିବେ ଗୃହମନ୍ତ୍ରୀ ଅମିତ ଶାହା । ୧୬ ରାଜ୍ୟ ଏବଂ ୨ କେନ୍ଦ୍ର ଶାସିତ ଅଞ୍ଚଳରୁ ବିଜେପି ପକ୍ଷରୁ ୧୯୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଉତ୍ତରପ୍ରଦେଶରୁ ସର୍ବାଧିକ ୫୧ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି ।
[ad_2]