ଦେଶ- ବିଦେଶ

ନିର୍ବାଚନ କମିଶନଙ୍କ ଇସ୍ତଫା ଘଟଣା, ସାମ୍ନାକୁ ଆସିଲା ସତ – Sahana Mela

[ad_1]


ନୂଆଦିଲ୍ଲୀ: କିଛି ଦିନ ପରେ ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ । ଏହା ପୂର୍ବରୁ ପଦରୁ ଇସ୍ତଫା ଦେଇଛନ୍ତି ନିର୍ବାଚନ କମିଶନ ଅରୁଣ ଗୋଏଲ । ନିର୍ବାଚନ ପାଖେଇ ଆସୁଥିବା ବେଳେ ତାଙ୍କର ଇସ୍ତଫା ରାଜନୀତିକୁ ବେଶ ସରଗରମ୍ କରିଛି । ଶନିବାର ଦିନ ସେ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପଠାଇଛନ୍ତି । ଆଉ ରାଷ୍ଟ୍ରପତି ମଧ୍ୟ ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିନେଇଛନ୍ତି । ସେ ବ୍ୟକ୍ତିଗତ କାରଣ ଦର୍ଶାଇ ନିର୍ବାଚନ କମିଶନ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନଥିଲା । ଏବେ ସେ ନିଜ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା କୁହାଯାଇଛି ।

ଏହାରି ଭିତରେ ଅରୁଣଙ୍କୁ ନେଇ ଏକ ସାଂଘାତିକ ସତ ସାମ୍ନାକୁ ଆସିଛି । ଅରୁଣ ଗୋଏଲ ରାଜନୀତିରେ ପାଦଦେବେ । ପ୍ରାର୍ଥୀ ଭାବରେ ପ୍ରତିଦ୍ବନ୍ଦ୍ବିତା କରିବେ । ଅରୁଣ ଗୋଏଲ ପଞ୍ଜାବରୁ ଲୋକସଭା ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହଉଛି । ଏହି କାରଣରୁ ସେ ଇସ୍ତଫା ଦେଇଥିବା ନେଇ ରାଜେନୖତିକ ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି ।

ଏକ ରିପୋର୍ଟ ଅନୁଯାୟୀ ନିକଟରେ ସରକାର ନିର୍ବାଚନ କମିଶନରଙ୍କ ନିଯୁକ୍ତି ପାଇଁ ସର୍ଚ୍ଚ କମିଟିର ନାମ ଉପରେ ବିଚାର ବିମର୍ଶ ଆରମ୍ଭ କରିଛନ୍ତି। ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ ପରେ କୌଣସି ସାମ୍ବାଦିକ ସମ୍ମିଳନୀରେ ଅରୁଣ ଗୋଏଲ ଯୋଗ ଦେଇନାହାନ୍ତିି। ସ୍ବାସ୍ଥ୍ୟଗତ କାରଣରୁ ସେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଉନାହାଁନ୍ତି ବୋଲି ଆୟୋଗ ଆନୁଷ୍ଠାନିକ ଭାବେ ସ୍ପଷ୍ଟ କରିଛିି।

 

 

 

 



[ad_2]

Leave a Reply

Your email address will not be published. Required fields are marked *

Back to top button