ରାଜ୍ୟ

ରାଜ୍ୟରେ ବଢୁଛି ତାତି – Sahana Mela

[ad_1]

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ବଢୁଛି ତାତି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅସମ୍ଭାଳ । ଗତକାଲି ପ୍ରଚଣ୍ଡ ତାତି ଅନୁଭୂତ ହୋଇଥିବା ବେଳେ ଏହି ସ୍ଥିତି ଆଗାମୀ ୩/୪ ଦିନ ଲାଗି ରହିବ ଓ ଚଳିତ ସପ୍ତାହରେ ରାଜ୍ୟରେ ତାପମାତ୍ରା ୪୦  ଛୁଇଁବ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରାରେ ପୂର୍ବାପେକ୍ଷା ବୃଦ୍ଧି ଘଟିଛି। ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ରାଜ୍ୟର କିଛି ସ୍ଥାନରେ ୩୭ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁପାରେ । ବିଶେଷ କରି ଟୁଇନ୍ ସିଟି କଟକ ଭୁବନେଶ୍ବର ସମେତ କିଛି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିପାରେ ।ଆଗକୁ ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ। ରାଜ୍ୟର କିଛି ସ୍ଥାନରେ ୩୭ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁପାରେ।

ବିଶେଷ କରି ଟୁଇନ୍ ସିଟି କଟକ ଭୁବନେଶ୍ବର ସମେତ କିଛି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିପାରେ। କାଲି ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ।  ଅନ୍ୟପଟେ ଆସନ୍ତା ୧୪ ତାରିଖରୁ ପରବର୍ତ୍ତୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଆଦିରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

[ad_2]

Leave a Reply

Your email address will not be published. Required fields are marked *

Back to top button