ଦେଶ- ବିଦେଶ

ଡାକ୍ତରଖାନାରେ ଭର୍ତ୍ତି ହେଲେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ – Sahana Mela

[ad_1]


ନୂଆଦିଲ୍ଲୀ: ମେଡ଼ିକାଲରେ ଭର୍ତ୍ତି ହେଲେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ । ଜ୍ୱର ଏବଂ ଛାତିରେ ସଂକ୍ରମଣ ହେତୁ ବୁଧବାର ତାଙ୍କୁ ମହାରାଷ୍ଟ୍ରର ପୁନେ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ରହିଛି । ଏନେଇ ଆଜି ଡାକ୍ତରଖାନା ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି ।

ଡାକ୍ତରଖାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ‘ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେ ଜ୍ୱର ଏବଂ ଛାତିରେ ଯନ୍ତ୍ରଣା କାରଣରୁ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ଅଛି ଏବଂ ସେ ଚିକିତ୍ସାଧୀନ ଅଛନ୍ତି’ ।

ସୂଚନାଯୋଗ୍ୟ, ପ୍ରତିଭା ପାଟିଲ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ଥିଲେ । ସେ ୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ରହିଥିଲେ ।



[ad_2]

Leave a Reply

Your email address will not be published. Required fields are marked *

Back to top button