ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ – Sahana Mela
[ad_1]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେଉଛି ନାମାଙ୍କନ ଦାଖଲ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ ।
୧୦୨ଟି ଆସନ ଭିତରେ ତାମିଲନାଡୁର ୩୯, ରାଜସ୍ଥାନର ୧୨ଟି, ମଧ୍ୟପ୍ରଦେଶର ୬ଟି ଆସନ, ଉତ୍ତରାଖଣ୍ଡ, ଆସାମ ଓ ମହାରାଷ୍ଟ୍ରର ୫ଟି ଲେଖାଏଁ ଆସନ, ବିହାର ପାଇଁ ୪ଟି ଆସନ ରହିଛି । ପଶ୍ଚିମବଙ୍ଗର ୩ଟି ଆସନ ଏବଂ ଅରୁଣାଚଳ ପ୍ରଦେଶ, ମଣିପୁର, ମେଘାଳୟର ୨ଟି ଲେଖାଏଁ ଆସନରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ।
ସେହିପରି ଛତିଶଗଡ, ମିଜୋରାମ, ନାଗାଲାଣ୍ଡ, ସିକ୍କିମ, ତ୍ରିପୁରା, ଆଣ୍ଡାମାନ୍ ନିକୋବର, ଜମ୍ମୁ-କାଶ୍ମୀର, ଲାକ୍ଷାଦ୍ୱୀପ ଓ ପୁଡୁଚେରୀର ଗୋଟିଏ ଲେଖାଏଁ ସିଟ୍ ରେ ପଡିବ ଭୋଟ୍ ।
ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଏପ୍ରିଲ ୧୯ରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଯାଇଛି । ମାର୍ଚ୍ଚ ୨୭ରେ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ । କେବଳ ବିହାରରେ ନାମାଙ୍କନ ଭରିବାର ଶେଷ ତାରିଖ ମାର୍ଚ୍ଚ ୨୮କୁ ଧାର୍ଯ୍ୟ କରାଯାଇଛି ।
ସେହିପରି ମାର୍ଚ୍ଚ ୨୮ରେ ନାମାଙ୍କନପତ୍ର ଯାଞ୍ଚ କରାଯିବାକୁ ଥିବାବେଳେ ବିହାର ପାଇଁ ଏହା ମାର୍ଚ୍ଚ ୩୦କୁ ଧାର୍ଯ୍ୟ କରାଯାଇଛି । ପ୍ରାର୍ଥୀ ପ୍ରତ୍ୟାହାରର ଶେଷ ତାରିଖ ମାର୍ଚ୍ଚ ୨୦ ଥିବାବେଳେ, ବିହାର ପାଇଁ ଏପ୍ରିଲ୍ ୨ ରହିଛି ।
ସେହିପରି ୧୮ତମ ଲୋକସଭା ପାଇଁ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୯ରେ ହେବାକୁ ଥିବାବେଳେ, ଦ୍ୱିତୀୟ ପର୍ଯ୍ୟାୟଏପ୍ରିଲ ୨୬ରେ , ୭ମେ’ରେ ତୃତୀୟ ପର୍ଯ୍ୟାୟ, ୧୩ ମେ’ରେ ଚତୁର୍ଥ, ୨୦ ମେ’ରେ ପଞ୍ଚମ ପର୍ଯ୍ୟାୟ, ୨୫ ମେ’ରେ ଷଷ୍ଠ ଏବଂ ଜୁନ୍ ୧ରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ହେବ । ଜୁନ୍ ୪ରେ ଏକାଠି ସମସ୍ତ ୭ଟି ପର୍ଯ୍ୟାୟ ନିର୍ବାଚନର ଫଳାଫଳ ପ୍ରକାଶ ପାଇବ ।
ତେବେ ଗତ ୧୬ ମାର୍ଚ୍ଚରେ ସାମ୍ବାଦିକ ସମ୍ମିଳନୀରେ ଲୋକସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନ ।
[ad_2]