ଖେଳ ଖବର
ବରିଷ୍ଠ ନେତା ଦାମ ରାଉତ ଗୁରୁତର – Sahana Mela

[ad_1]
ଭୁବନେଶ୍ୱର : ବିଜେଡିର ବରିଷ୍ଠ ନେତା ଡ଼.ଦାମୋଦର ରାଉତରାୟଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର I ଗତ ୧୮ ତାରିଖରେ ତାଙ୍କୁ ହୃଦଘାତ ହୋଇଥିଲା I ରାତି ୩ ଟାବେଳେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରାଯାଇଥିଲା I ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସେଠାରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା I ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ସମ୍ବିତ ରାଉତରାୟ I ତେବେ ଆଜି ସକାଳେ ତାଙ୍କ ବ୍ରେନ ଡେଡ଼ ହୋଇଥିବା ନେଇ ଡାକ୍ତରୀ ଦଳ ସୂଚନା ଦେଇଛନ୍ତି I
ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ ।
[ad_2]