ମନୋରଞ୍ଜନ

ଅକ୍ଷୟ ମହାନ୍ତିଙ୍କ ଜୀବନୀ ଗୀତକୁ ନେଇ ଫିଲ୍ମ – “ଖୋକା ଭାଇ ତମ ପାଇଁ” ଶୁଭ ମହୁରତ – Sahana Mela

[ad_1]


ଭୁବନେଶ୍ୱର : କୁହୁ ସିନେ ଫ୍ଲିକ୍ସ ଓ ଭଦ୍ରା ମୋସନ ଷ୍ଟୂଡିଓ ମିଳିତ ଉଦ୍ୟମରେ ଓଡ଼ିଆ ଗୀତ ଓ ସଙ୍ଗୀତର ଅମଳିନ ପ୍ରତିଭା ଅକ୍ଷୟ ମହାନ୍ତିଙ୍କ ଉପରେ ଏକ ନିଆରା ଫିଲ୍ମ “ଖୋକା ଭାଇ ତମ ପାଇଁ” ର ଶୁଭ ମହୁରତ ଆର.ସି.ଏମ୍ ଜଗନ୍ନାଥ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଖୋକା ଭାଇଙ୍କ ସୁପୁତ୍ର ମିତ୍ରଭାନୁ ମହାନ୍ତି, ନିର୍ଦ୍ଦେଶକ ଗିରିଶ ମହାନ୍ତି, ପ୍ରଯୋଜକ ଶୁଭେନ୍ଦୁ ସାହୁ, ଉପାସନା ମହାନ୍ତି, କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ, ନାୟକ ସ୍ୱରାଜ, ନାୟିକା ଲକି ମନୀଷା, ଶ୍ଵେତା ଆଚାର୍ଯ୍ୟଙ୍କ ସମେତ ୟୁନିଟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

ଆକାଶବାଣୀର ସୁଗମ ସଙ୍ଗୀତଠାରୁ ଓଡ଼ିଆ ସିନେମା ସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତ ଯାଏଁ ସବୁଠି ଖୋକା ଭାଇ ତାଙ୍କ ଛାପ ଛାଡ଼ିଯାଇଥିଲେ କରିଥିଲେ । ସମାଜର ସାଧାରଣ ଲୋକର କଥା କହୁଥିଲା ତାଙ୍କ ଗୀତ ଅର୍ଥାତ ତାଙ୍କର ସମସ୍ତ ଗୀତରେ ରହିଥିଲା ଏକ କାହାଣୀ କେତେବେଳେ ପ୍ରେମ, କେତେବେଳେ ବିରହ ତ କେତେବେଳେ ଖୁସି । ସଙ୍ଗୀତରେ ଏମିତି ଯାଦୁ ଥିଲା, ନିଆରାପଣ ଥିଲା ।

ଏହି ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ଵରେ ଗିରିଶ ମହାନ୍ତି ଓ ତାଙ୍କ ଟିମ୍ ଥିବାବେଳେ କାହାଣୀ ଲେଖିଛନ୍ତି ଭରଦ୍ଵାଜ ପଣ୍ଡା ଓ ଅକ୍ଷୟ ମହାନ୍ତିଙ୍କ ସୁପୁତ୍ର ମିତ୍ରଭାନୁ ମହାନ୍ତି । ଏହି ଫିଲ୍ମଟି ଅକ୍ଷୟ ମହାନ୍ତିଙ୍କ ଜୀବନୀ ନୁହେଁ ବରଂ ତାଙ୍କ ସଙ୍ଗୀତରୁ ତିଆରି ଏକ ଆଧୁନିକ କାହାଣୀ ଯାହା ବର୍ତ୍ତମାନର ଯୁବପିଢିକୁ ଅକ୍ଷୟ ସଙ୍ଗୀତର ଏକ ଅପ୍ରତ୍ୟାଶିତ ଛୁଆଁ ଦେବା ସହ ପୁରୁଣା ପିଢୀର ମନରେ ଥିବା ଅକ୍ଷୟ ସଙ୍ଗୀତକୁ ଉଜାଗର କରିବ ନିଶ୍ଚୟ । ଏହି ଫିଲ୍ମଟିକୁ ଏକା ସାଙ୍ଗରେ ତିନିପୀଢି ଦେଖି ଉତ୍ସାହିତ ହେବେ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଆଶା କରିଛନ୍ତି ।

 




[ad_2]

Leave a Reply

Your email address will not be published. Required fields are marked *

Back to top button