ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ’ ବସ,ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ – Sahana Mela
[ad_1]
ଭୁବନେଶ୍ୱର : ମାଲକାନଗିରିରୁ ଗଡିଲା ଲକ୍ଷ୍ମୀ ବସ । ମାଲକାନଗିରିରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ଗଡିବ ୩୬ଟି ବସ୍ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହୋଇଛି । ଏହି ବସ୍ ସେବା ଜରିଆରେ ପଂଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ ହେବ ।
ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘ଲକ୍ଷ୍ମୀ’ ଯୋଜନା । ଆଗକୁ ଅନ୍ୟ ଜିଲ୍ଲାରେ ମଧ୍ୟ ଖୁବ ଶୀଘ୍ର ଲକ୍ଷ୍ମୀ ବସ୍ ସେବା ମିଳିବ । ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ୍ ସେବା ସାମିଲ ହେବ । ମାଲକାନଗିରି ପରେ କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ମିଳିବ । ଶୀତତାପ ନିୟନ୍ତ୍ରିତ ବସରେ ସୁବିଧାରେ ଯାତ୍ରା କରିବେ ଲୋକେ । ଏହି ବସରେ ବରିଷ୍ଠ ନାଗରିକ ଓ ମହିଳାଙ୍କୁ ମିଳିପାରେ ରିହାତି ସୁବିଧା । ଆପ୍ ମାଧ୍ୟମରେ ବସର ଲୋକେସନ ଜାଣିହେବ ।
[ad_2]