ରାଜ୍ୟ

ପର୍ଯ୍ୟଟନ ଗୌରବ ସମ୍ମାନରେ ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ସମ୍ମାନିତ

ଭୁବନେଶ୍ୱର, ୩୦/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ୍ ମ୍ୟାନେଜମେଣ୍ଟ (ଏସ୍ଏଚ୍ଏମ୍)କୁ ପର୍ଯ୍ୟଟନ ଗୌରବ ସମ୍ମାନରେ ସମ୍ମାନିତ କରାଯାଇଛି । ବିଶ୍ୱ ପର୍ଯ୍ୟଟନ ଦିବସ ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ ପର୍ଯ୍ୟଟନ ସଂଘ ପକ୍ଷରୁ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ଗତ ଶୁକ୍ରବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସ୍ଏଚ୍ଏମ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ପର୍ଯ୍ୟଟନ ଶିଳ୍ପର ଉତ୍କର୍ଷତା, ବିକାଶ ଏବଂ ଆତିଥ୍ୟ କ୍ଷେତ୍ରରେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଥିବା ହେତୁ ଏସ୍ଏଚ୍ଏମ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଏସ୍ଏଚ୍ଏମ୍ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଏହି ପୁରସ୍କାର ଗ୍ରହଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ, ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ, ଓଡିଶା ରାଜ୍ୟ ପର୍ଯ୍ୟଟନ ଗାଇଡ୍ ଆସୋସିଏସନ୍ର ସଭାପତି ସନ୍ତ କୁମାର ମିଶ୍ର ଓ ସମ୍ବାଦର ପ୍ରତିଷ୍ଠାତା ସୌମ୍ୟରଂଜନ ପଟ୍ଟନାୟକ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Back to top button