ରାଜ୍ୟ
ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ
ଭୁବନେଶ୍ୱର : ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି । ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି । ଟ୍ରାପ କ୍ୟାମେରା ଦ୍ଵାରା ବାଘ ଗଣନା ହୋଇଛି । ଏନଟିସିଏ ରିପୋର୍ଟ ଅନୁସାରେ ୨୦୨୨ରେ ୫୬୮ କଲରାପତରିଆ ବାଘ ଥିବାବେଳେ ୨୦୨୪ରେ ସଂଖ୍ୟା ଥିଲା ୨୮୪ । ସେହିପରି ୨୦୧୮ରେ ମୋଟ୍ ୭୬୦ କଲରାପତରିଆ ବାଘ ଚିହ୍ନଟ ହୋଇଥିଲେ ।
ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ । ତେବେ ପ୍ରଥମଥର ବନ ବିଭାଗ ପକ୍ଷରୁ ନିଜସ୍ବ କଲରାପତରିଆ ଗଣନା କରାଯାଇଛି । ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା କ୍ୟାମେରାରେ ଉଠିଥିବା ୨୮୪ଟି ବାଘର ଫଟୋ, ଫୁଟ୍ ପ୍ରିଣ୍ଟ୍ ଆଦିରୁ ବାଘସଂଖ୍ୟା ଜଣାପଡ଼ିଥିବା ସୂଚନା ଦିଆଯାଇଛି ।