ଦେଶ- ବିଦେଶ

ସୁନା କିଣିବାକୁ ଭାବୁଛନ୍ତି କି? ବଦଳିଲା ସୁନା ଦର, କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୦ ହଜାର ୯୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୩୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୦,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୩୫୦ ଟଙ୍କା ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୦,୯୩୦ ଟଙ୍କା ଓ ୭୭ ,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୦୫୦ ଟଙ୍କା ଓ ୭୭ ,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୦,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୦,୯୦୦ ଟଙ୍କା ଓ ୭୭,୩୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୯,୫୦୦ ହଜାର ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *

Back to top button