ଭୁବନେଶ୍ୱରରେ ସାମାନ୍ୟ କମିଛି ପେଟ୍ରୋଲ ଓ ଡିଜେଲ ଦାମ୍, ଜାଣି ନିଅନ୍ତୁ ଆଜିର ମୂଲ୍ୟ

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୫.୦୯ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୬.୬୮ ପଇସା ରହିଛି ।
ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୮ ଟଙ୍କା ୬୪ ପଇସା ଓ ଡିଜେଲ ଦର ୯୧ ଟଙ୍କା ୫୮ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୭ ଟଙ୍କା ୫୯ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪.୦୮ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୯.୭୦ ଟଙ୍କା ଥିବାବେଳେ ଡିଜେଲ ଦର ୯୬ ଟଙ୍କା ୦୭ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୪ ଟଙ୍କା ୫୭ ପଇସା ଥିବା ବେଳେ ଡିଜେଲ ଦାମ ୯୬ ଟଙ୍କା୨୧ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।




