ରାଜ୍ୟ

ରଥଯାତ୍ରାରେ ବଢ଼ିଛି ସୁନା ଦର ସ୍ଥିର ରହିଛି ରୁପା, ଗହଣା କିଣିବା ପୂର୍ବରୁ ଜାଣନ୍ତୁ ଆଜିର ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୩,୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୩୫୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୩,୨୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୧,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୩,୨୯୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୧,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୩,୪୪୦ ଟଙ୍କା ଓ ୨୨ କ୍ୟାରଟେ ୧,୩୧,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୩,୪୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୧,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୩,୨୯୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୩୧,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୫,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Leave a Reply

Your email address will not be published. Required fields are marked *

Back to top button