ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାରେ ‘ଆମ ଓଡ଼ିଶା- ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ – Sahana Mela
[ad_1]
ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଓ ଜଗତ୍ସିଂହପୁର ଜିଲ୍ଲାରେ ‘ଆମ ଓଡ଼ିଶା-ନବୀନ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ I ଖୋର୍ଦ୍ଧା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ପ୍ରତି ପଞ୍ଚାୟତକୁ ୫୦ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯିବ ସହ ମୋଟ ୯୫କୋଟି ଟଙ୍କା ବ୍ୟୟରେ ୨ହଜାର ୭୬୩ଟି ପ୍ରକଳ୍ପ ପାଇଁ ବ୍ୟୟ ବରାଦ ହୋଇଛି। ସେହିଭଳି ଜଗତ୍ସିଂହପୁର ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ୨ହଜାର ୯୨୨ଟି ଉନ୍ନୟନମୂଳକ ପ୍ରକଳ୍ପ ଲାଗି ୯୯ କୋଟି ଟଙ୍କା ବ୍ୟୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସବୁ ଗାଁଗୁଡ଼ିକର ବିକାଶ ତାଙ୍କ ସରକାରଙ୍କର ଲକ୍ଷ୍ୟ । ଗ୍ରାମାଞ୍ଚଳର ଲୋକମାନେ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ରୂପେ ପାଇପାରିବେ । ‘ଆମ ଓଡ଼ିଶା- ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ରାଜ୍ୟର ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ଲେଖାଏଁ ପାଇବେ । ଏହି ଅବସରରେ ଫାଇଭ୍-ଟି ଏବଂ ଆମ ଓଡ଼ିଶା- ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଛନ୍ତି, ରାଜ୍ୟର ସବୁ ଗ୍ରାମାଞ୍ଚଳ ଗୁଡ଼ିକର ବିକାଶ ଶୀଘ୍ର ଓ ସଠିକ୍ ସମୟରେ ହେବ ।
ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖରେ ରାଜ୍ୟ ସରକାରଙ୍କର ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ପ୍ରଥମେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା । ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି ।
[ad_2]