ଖେଳ ଖବର

୨ ଦିନିଆ ମୟୁରଭଞ୍ଜ ଗସ୍ତରେ ମହାମହିମ – Sahana Mela

[ad_1]

ବାରିପଦା : ଦ୍ୱିତୀୟ ଥର ପାଇଁ ମୟୁରଭଞ୍ଜ ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ I ରାଷ୍ଟ୍ରପତି ହେବାର ୧୮ ମାସ ପରେ ଆଜି ବାରିପଦା ଆସିଛନ୍ତି ଦ୍ରୌପଦୀ ମୄର୍ମୁ I ଏଥିପାଇଁ ବାରିପଦା,ରାଇରଙ୍ଗପୁର ସମେତ ସଜେଇ ହୋଇଛି ସମଗ୍ର ମୟୁରଭଞ୍ଜ ଜିଲ୍ଲା I ମୟୁରଭଞ୍ଜ ଗସ୍ତରେ ଆସି ମହାମହିମ “ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ”ର ୩୬ତମ ବାର୍ଷିକ ସମ୍ମିଳନୀରେ ଯୋଗଦେବେ । ଏଥିସହ “ପାଣିଜିଆଠାରେ ଏକଲବ୍ୟ ମଡେଲ୍ ରେସିଡେନ୍ସିଆଲ ସ୍କୁଲର ଶୁଭ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ।

ଆଜି ଦିନ ୧୧ ଟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ବାରିପଦା ପୁଲିସ ପଡ଼ିଆରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି । ବାରିପଦା ପୁଲିସ୍ ପଡ଼ିଆ ହେଲିପ୍ୟାଡରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ତାଙ୍କୁ ସହିଦ ସ୍ମୃତି ଭବନରେ ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବକୁ ନିଆଯାଇଛି।

ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ । ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ, କୁଲିଆଣାରେ ଏକଲ୍ୟବ ମଡେଲ୍ ସ୍କୁଲର ଉଦଘାଟନ କରିବେ। ବାରିପଦାରେ ମଧ୍ୟାନ୍ନ ଭୋଜନ ପରେ ୨ଟା ୩୫ମିନିଟରେ କୁଳିଅଣା ବ୍ଲକର ଏକଲବ୍ୟ ମଡେଲ ଆବାସିକ ସ୍କୁଲର ଉଦଘାଟନ କରିବେ । ଏହାପରେ ଅପରାହ୍ଣ ୩ଟା ୧୫ ମିନିଟ୍ରେ ରାଇରଙ୍ଗପୁର ଅଭିମୂଖେ ବାହାରିବେ ।

ନଭେମ୍ବର ୨୧ରେ ରାଇରଙ୍ଗପୁର ବାସଭବନରୁ ବାହାରି ନିଜ ଶାଶୁଘର ଗ୍ରାମ ପାହାଡପୁରରେ ୮:୧୫ରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଭାବ ବିନିମୟ କରିବେ। ଏଥିପରେ ଏସଏଲଏସ ସ୍କୁଲ ପରିଦର୍ଶନ ସହ ସ୍ୱାମୀ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷମାଲ୍ୟ ଅର୍ପଣ କରିବେ। ଏଥିପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ସମୟ ଅତିବାହିତ କରି ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ।
ସେ ପୂର୍ବାହ୍ନ ୧୦ଟା ୪୫ରୁ ୧୧ଟା ୨୫ ଭିତରେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ। ମଙ୍ଗଳବାର ଅପରାହ୍‌ଣ ୪ଟା ୩୦ରୁ ୫ଟା ୩୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ସେ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ। ସନ୍ଧ୍ୟା ୫ଟା ୪୫ରେ ସେ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ।

[ad_2]

Leave a Reply

Your email address will not be published. Required fields are marked *

Back to top button