ଦେଶ- ବିଦେଶ

ଆଉ ୫ବର୍ଷ ମାଗଣା ଚାଉଳ: ୨୦୨୪ ଜାନୁଆରୀ ପହିଲାରୁ ଲାଗୁ ହେବା ନେଇ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି – Sahana Mela

[ad_1]


ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି  । ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଆଉ ୫ବର୍ଷ ମାଗଣା ଚାଉଳ ଦେବାକୁ କ୍ୟାବିନେଟରେ ମଞ୍ଜୁରୀ ହୋଇଛି । ୨୦୨୮ ଡିସେମ୍ବର ଯାଏଁ କେନ୍ଦ୍ର ମାଗଣା ଚାଉଳ ଯୋଗାଇବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି ବୃଦ୍ଧି କରାଯାଇଛି । ଏଥିରେ ପ୍ରାୟ ୮୧କୋଟି ହିତାଧିକାରୀ ଉପକୃତ ହେବେ । ଏହି ଯୋଜନା ୨୦୨୪ ଜାନୁଆରୀ ପହିଲାରୁ ଲାଗୁ ହେବ ।

ଏହା ବ୍ୟତୀତ ମହିଳାମାନଙ୍କୁ ଡ୍ରୋନ ଉଡାଇବାର ଟ୍ରେନିଂ ଦିଆଯିବ । ଫଳରେ ମହିଳା ଚାଷୀମାନେ ଡ୍ରୋନ ସହାୟତାରେ ଜମିରେ ସାର ଓ ବିଷ ପକାଇପାରିବେ । ଟ୍ରେନିଂ ସରିବା ପରେ ଡ୍ରୋନ ଉଡାଉଥିବା ମହିଳାମାନଙ୍କୁ ମାସିକ ୧୫ ହଜାର ଓ ସହଯୋଗୀଙ୍କୁ ମାସିକ ୧୦ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯିବ । ଏହି ଯୋଜନା ପାଇଁ କେନ୍ଦ୍ର ସରକାର ୧୨୬୧ କୋଟି ଟଙ୍କା ଖର୍ଚ୍ଚ କରିବେ ।

 



[ad_2]

Leave a Reply

Your email address will not be published. Required fields are marked *

Back to top button