ନିର୍ବାଚନ ଆୟୋଗଙ୍କ ଭୋଟର ତାଲିକା ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବୈଠକ – Sahana Mela

[ad_1]
ଭୁବନେଶ୍ୱର : ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୋଟର ତାଲିକାର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ବରିଷ୍ଠ ହୋଇଯାଇଛି I ଉପନିର୍ବାଚନ କମିଶନର ଶ୍ରୀ ଧର୍ମେନ୍ଦ୍ର ଶର୍ମା ଓ ଶ୍ରୀ ନୀତେଶ କୁମାର ବ୍ୟାସ ତଥା ଜିଲ୍ଲାପାଳଙ୍କ ସହ ଭୁବନେଶ୍ୱରସ୍ଥ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଦୁଇଦିନ ଧରି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ବରିଷ୍ଠ ଉପନିର୍ବାଚନ କମିଶନରମାନଙ୍କୁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନର ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ସଂକ୍ଷେପରେ ପ୍ରକାଶ କରିଥିଲେ । ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ସଂଶୋଧନ ନିମନ୍ତେ ଥିବା ବାକିଆ ଫର୍ମଗୁଡ଼ିକୁ ଯଥାଶୀଘ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏତଦ୍ବ୍ୟତୀତ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ମହିଳା, ଯୁବ, ବରିଷ୍ଠ, ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗ ଏବଂ ପ୍ରାଚୀନ ଜନଜାତି ଗୋଷ୍ଠୀ (ପି.ଭି.ଟି.ଜି) ନିର୍ବାଚକମାନଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।
ନିର୍ବାଚନ ସମୟରେ ଚୋରାରେ କାରବାର ହେଉଥିବା ଟଙ୍କା, ମଦ, ନିଶାଦ୍ରବ୍ୟ ଚାଲାଣ ହେଉଥିବା ବାଟଗୁଡ଼ିକୁ ଚିହ୍ନଟ କରିବା ପାଇଁ ସମୀକ୍ଷା ବୈଠକ ଆଲୋଚନା ହୋଇଥିଲା । ରାଜନୈତିକ ଦଳ ଓ ହିତାଧିକାରୀଙ୍କ ମତାମତକୁ ପ୍ରାଧାନ୍ୟ ଦିଆଯିବ ବୋଲି ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଦ୍ୱୟ ସମୀକ୍ଷା ବୈଠକରେ ପ୍ରକାଶ କରିଛନ୍ତି । ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତିଶୃଙ୍ଖଳା, ଅବାଧ ଓ ମୁକ୍ତ ଭାବେ ପରିଚାଳନା କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦୁଇଦିନିଆ ସମୀକ୍ଷା ବୈଠକରେ ଅତିରିକ୍ତ ଡିଜି ପୋଲିସ (ଆଇନଶୃଙ୍ଖଳା) ଶ୍ରୀ ସଂଜୟ କୁମାର (ଭା.ପୋ.ସେ) ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ
[ad_2]