ରାଜ୍ୟ

ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ-ମୁଖ୍ୟମନ୍ତ୍ରୀ – Sahana Mela

[ad_1]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା। ଜନଶୁଣାଣୀ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି।

ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ ବ୍ଲକର ବୁଦ୍ଧିସାହି, ରେବଣା-ନୂଆଗାଁ ଓ ବଡ ଦିଆଣ୍ଡି, କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦା, ଖୋଲାମୁହାଣ ଓ ବାଲିନାସୀ, କଣାସ ବ୍ଲକର ନନ୍ଦିଗୋଡା ଓ ପୁରୀ ସଦର ବ୍ଲକର ରାଇଗୋରଡା ଓ ନୂଆପଡା ଗ୍ରାମବାସୀ ଉପକୃତ ହେବେ।

ସୂଚନାଯୋଗ୍ୟ ଯେ ସମୁଦ୍ର ଉପକୂଳବର୍ତ୍ତୀ ପୁରୀ ଜିଲ୍ଲା ଏକ ବାତ୍ୟାପ୍ରବଣ ଜିଲ୍ଲା। ଉପରୋକ୍ତ ୭ଟି ଗ୍ରାମପଞ୍ଚାୟତ ସମେତ ପ୍ରସ୍ତାବ ଆସିଥିବା ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

[ad_2]

Leave a Reply

Your email address will not be published. Required fields are marked *

Back to top button