ରାଜ୍ୟ

ଶୀତରେ ଥରୁଛି ଓଡ଼ିଶା – Sahana Mela

[ad_1]

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଖସୁଛି ପରଦା, ବଢୁଛି ଶୀତ  |ଶୀତରେ ଥରୁଛି ସାରା ରାଜ୍ୟ । ତେବେ ଓଡ଼ିଶାରେ ଶୀତ ଲହରୀ ଜାରି ରହିଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରିଠାରେ ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରି ରେକର୍ଡ କରାଯାଇଛି।

ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୭ ଡିଗ୍ରି ରହିଥିବା ବେଳେ ଫୁଲବାଣୀରେ ୮.୫, କୋରାପୁଟରେ ୮.୭, କେନ୍ଦୁଝରରେ ୮.୮, ସୁନ୍ଦରଗଡ଼ରେ ୯, ଝାରସୁଗୁଡ଼ାରେ ୯.୨, ଦାରିଙ୍ଗବାଡ଼ିରେ ୯.୫, ଅନୁଗୁଳ ଓ ରାଉରକେଲାରେ ୯.୬ ଡିଗ୍ରି ରହିଥିଲା। ବାକି ସମସ୍ତ ସହର ତାପମାତ୍ରା ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଥିଲା।  ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ପ୍ରାୟତଃ ସମାନ ରହିଥିବା ବେଳେ ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାରେ ରାତିର ତାପମାତ୍ରାରେ ସାମାନ୍ୟ ବଢ଼ିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ରୁ ୫ଦିନ ଯାଏ ପାଗ ଶୁଖିଲା ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ୨୧ ତାରିଖଠାରୁ ରାତିର ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଆସିପାରେ।

 

[ad_2]

Leave a Reply

Your email address will not be published. Required fields are marked *

Back to top button