ବିଏସକେୱାଇ-ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ – Sahana Mela

[ad_1]
ଭୁବନେଶ୍ୱର : ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ପାଦେ ଆଗେଇଲା ରାଜ୍ୟ I ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନବୀନ କାର୍ଡର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି ”ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି। ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି। ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ‘ସୁସ୍ଥ ଓଡିଶା,ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା।
ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ରାଜ୍ୟର ଜନସଂଖ୍ୟାର ୯୦ ପ୍ରତିଶତ । ସେମାନଙ୍କୁ ବିଏସକେୱାଇ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ମିଳିବ । ଏହି କାର୍ଡ ଦ୍ୱାରା କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗର ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କାରଣ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ
BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।
ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।
BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।
ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ ।
[ad_2]